ଶିଶୁ ଶ୍ରମିକମୁକ୍ତ ଗ୍ରାମ ପଂଚାୟତ ଅଭିଯାନ। ଜିଲ୍ଲାସ୍ତରୀୟ ରଚନା ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ
ଖୋର୍ଦ୍ଧା,, ୧୩ ନଭେମ୍ବର (ହି.ସ.)- ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହଯୋଗରେ ଚାଲିଥିବା ୪୪ ଦିନିଆ ଶିଶୁ ଶ୍ରମିକମୁକ୍ତ ଗ୍ରାମ ପଂଚାୟତ ଅଭିଯାନର ଅଂଶସ୍ୱରୂପ ପିଏମ୍ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଖୋର୍ଦ୍ଧାଠାରେ ଜିଲ୍ଲାସ୍ତରୀୟ ରଚନା ଓ ବକ୍ତୃତା ପ୍ରତିଯ
Child


ଖୋର୍ଦ୍ଧା,, ୧୩ ନଭେମ୍ବର (ହି.ସ.)- ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହଯୋଗରେ ଚାଲିଥିବା ୪୪ ଦିନିଆ ଶିଶୁ ଶ୍ରମିକମୁକ୍ତ ଗ୍ରାମ ପଂଚାୟତ ଅଭିଯାନର ଅଂଶସ୍ୱରୂପ ପିଏମ୍ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଖୋର୍ଦ୍ଧାଠାରେ ଜିଲ୍ଲାସ୍ତରୀୟ ରଚନା ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଅଜୟ କୁମାର ପ୍ରଧାନ, ଜିଲ୍ଲା ଶ୍ରମ ଅଧିକାରୀ ପ୍ରଭାକର ବିଶ୍ୱାଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବିଜୟ କୁମାର ବେହେରା, ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀ ମୋନାଲିସା ନାୟକ ଏବଂ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ରଥ ଉପସ୍ଥିତ ଥିଲେ।ବ୍ଲକସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର, ଟ୍ରଫି ଓ ନଗଦ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ପାଇଁ ଯଥାକ୍ରମେ ଟଙ୍କା ୩,୦୦୦/-, ୨,୦୦୦/- ଓ ୧,୦୦୦/- ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମଟି ଶିଶୁ ଶ୍ରମିକ ପ୍ରଥା ବିରୋଧରେ ସଚେତନତା ସୃଷ୍ଟି କରିବା ସହିତ ଛାତ୍ରଛାତ୍ରୀମାନଙ୍କୁ ସକ୍ରିୟ ଭାବେ ଏଭଳି ପ୍ରତିଯୋଗିତାରେ ଭାଗ ନେବାକୁ ଉତ୍ସାହିତ କରିଥିଲା।

-----------

---------------

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande