ରଘୁନାଥପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗଣିତ ଓ ବିଜ୍ଞାନ ସର୍କଲ ଅନୁଷ୍ଠିତ
Math and Science Circle held at Raghunathpali Government Upper Primary School.”
ରଘୁନାଥପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗଣିତ ଓ ବିଜ୍ଞାନ ସର୍କଲ ଅନୁଷ୍ଠିତ


ଝାରସୁଗୁଡା, ୧୩ ନଭେମ୍ବର (ହି.ସ.)- କୋଲାବିରା ବ୍ଲକ ଅନ୍ତର୍ଗତ ପିଏମ ଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ରଘୁନାଥପାଲି ଠାରେ ଗତ ୧୦ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଚାରିଦିନିଆ ‘ଗଣିତ ଓ ବିଜ୍ଞାନ ସର୍କଲ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଭୋଳାନାଥ ସାହୁଙ୍କ ସଭାପତିତ୍ଵରେ ଆୟୋଜିତ ଏହି ଉତ୍ସବରେ କୋଲାବିରା ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ) ପ୍ରକାଶ ଚନ୍ଦ୍ର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ରଘୁନାଥପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁରେନ୍ଦ୍ର କୁମାର ପଧାନ ଯୋଗ ଦେଇଥିଲେ।

ବିଚାରକ ମଣ୍ଡଳୀ ଭାବେ ରଘୁନାଥପାଲି ହାଇସ୍କୁଲର ଗଣିତ ଶିକ୍ଷକ ପ୍ରଶାନ୍ତ କୁମାର ବିଶ୍ୱାଳ ଏବଂ ବିଜ୍ଞାନ ଶିକ୍ଷୟିତ୍ରୀ ପ୍ରଜ୍ଞାପରମିତା ପଟେଲ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ପ୍ରକଳ୍ପଗୁଡ଼ିକର ମୂଲ୍ୟାଙ୍କନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ସମୀକ୍ଷା ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଭକ୍ତ ଚରଣ ମାକର, ଶିକ୍ଷୟିତ୍ରୀ ପ୍ରକାଶିନୀ ପଟେଲ, ପଦ୍ମିନୀ ଭୋଇ, ମିଲି ବେହେରା, ଯୋଗ ଶିକ୍ଷୟିତ୍ରୀ ଲିତୁ ପଣ୍ଡା ଓ ଶିଶୁ ସେବିକା ବିଦ୍ୟୁତପ୍ରଭା ପଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ। ଏଥିରେ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ନିଜର ବୌଦ୍ଧିକ ପ୍ରତିଭା ପ୍ରଦର୍ଶନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande