


ଭୁବନେଶ୍ୱର, ୧୩ ନଭେମ୍ବର (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ପରବର୍ତୀ ୨ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (କେନ୍ଦ୍ରାପଡା, ଜଗତସିଂହପୁର) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା (ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ