


ଭୁବନେଶ୍ୱର, ୧୩ ନଭେମ୍ବର (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ