ଲଖନପୁର ବ୍ଲକରେ ମଧୁବାବୁ ପେନସନ୍ ଯୋଜନାର ନୂତନ ଭତ୍ତା ବଣ୍ଟନ; ୫୭୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କଲେ ମନ୍ତ୍ରୀ ସୁରେଶ ପୂଜାରୀ
Pension distribution at Lakhanpuur
ଲଖନପୁର ବ୍ଲକରେ ମଧୁବାବୁ ପେନସନ୍ ଯୋଜନାର ନୂତନ ଭତ୍ତା ବଣ୍ଟନ; ୫୭୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କଲେ ମନ୍ତ୍ରୀ ସୁରେଶ ପୂଜାରୀ


ଝାରସୁଗୁଡ଼ା, 13 ନଭେମ୍ବର (ହି.ସ.) : ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଆଜି ଲଖନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ 'ମଧୁବାବୁ ପେନସନ୍ ଯୋଜନା' ଅନ୍ତର୍ଗତ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା କ୍ୟାବିନେଟ୍ ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂତନ ଭାବେ ମଞ୍ଜୁର ହୋଇଥିବା ମୋଟ ୫୭୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ ହିତାଧିକାରୀମାନଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ, ଆଜି ଲଖନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଆୟୋଜିତ 'ମଧୁବାବୁ ପେନସନ୍ ଯୋଜନା'ର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ମୋଟ ୫୭୩ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ଭତ୍ତା ପ୍ରଦାନ କରି ଆନନ୍ଦ ଅନୁଭବ କଲି। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆମ ସରକାର ସମାଜର ପ୍ରତ୍ୟେକ ବର୍ଗର କଲ୍ୟାଣ ଓ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ।ଉକ୍ତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ଲଖନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ହୁତେଶ୍ୱରୀ ତିହିରିଆ, ବରଗଡ଼ ସାଂସଦଙ୍କ ଲଖନପୁର ପ୍ରତିନିଧି ସୁଦାମ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ବିନୟ କୁମାର ପଟେଲ ଏବଂ ତହସିଲଦାର ପ୍ରସନ୍ନ କୁମାର ପଟେଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଏହା ସହିତ ଲଖନପୁର ବ୍ଲକର ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତ ରହିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande