
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ.)- ଆସାମର କାଜିରଙ୍ଗାଠାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାକୁ ନେଇ ଗଭୀର ଶୋକପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପ୍ରତି ସେ ଗଭୀର ସମବେଦନା ଜଣାଇଛନ୍ତି।
ନିଜର ଏକ୍ସ ପୋଷ୍ଟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଦୁଃଖଦ ଘଟଣାରେ ଅତ୍ୟନ୍ତ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଦିବଂଗତ ଆତ୍ମାଙ୍କୁ ଚିରଶାନ୍ତି ପ୍ରଦାନ କରନ୍ତୁ, ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ ଏବଂ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା