
ଭୁବନେଶ୍ୱର, 13 ନଭେମ୍ବର (ହି.ସ.)- ପଦ୍ମଶ୍ରୀ ଡ.
ମାୟାଧର ମାନସିଂହଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ
ବ୍ରଜମୋହନ ରାମ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରି ସେ କହିଛନ୍ତି ଯେ, ବିଶିଷ୍ଟ କବି
ତଥା ଲେଖକ ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଆ
ସାହିତ୍ୟ ଓ ସଂସ୍କୃତିକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଅବଦାନ ଚିରସ୍ମରଣୀୟ ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା