ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ.)- ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ ନିଯୁକ୍ତ ହୋଇଛନ୍ତି। ଏନେଇ ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସମ୍ବିଧାନର ଧାରା ୨୨୩ ଅନୁଯାୟୀ ରାଷ୍ଟ୍ରପତି ଜଷ୍ଟିସ୍
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ


ଭୁବନେଶ୍ୱର,୧୩ ନଭେମ୍ବର (ହି.ସ.)- ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ ନିଯୁକ୍ତ ହୋଇଛନ୍ତି। ଏନେଇ ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବିଧାନର ଧାରା ୨୨୩ ଅନୁଯାୟୀ ରାଷ୍ଟ୍ରପତି ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ସେ ନଭେମ୍ବର ୧୬ ତାରିଖରୁ ଏହି ନୂତନ ଦାୟିତ୍ୱ ଗ୍ରହଣ କରିବେ।

ବର୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ନଭେମ୍ବର ୧୫ ତାରିଖରେ ଅବସର ଗ୍ରହଣ କରିବା ପରେ ଜଷ୍ଟିସ୍ ରାଉତରାୟ ତାଙ୍କ ସ୍ଥାନରେ ଦାୟିତ୍ୱ ତୁଲାଇବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande