
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ.)- ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକଠାରେ ଆୟୋଜିତ ବ୍ଲକ ସ୍ତରୀୟ ଭତା ବଂଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମଧୁବାବୁ ପେନସନ ଯୋଜନା' ଅନ୍ତର୍ଗତ ବ୍ଲକର ୧,୫୯୦ ଜଣ ୬୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ଭତା ବଂଟନ କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ।
ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ସେ କହିଥିଲେ ସମାଜର ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ଏବଂ ଅସହାୟ ବ୍ୟକ୍ତିବିଶେଷଙ୍କୁ ଆର୍ôଥକ ସହାୟତା ପ୍ରଦାନ କରି ସେମାନଙ୍କୁ ସମ୍ମାନର ସହ ବଂଚିବାର ଅଧିକାର ଦେବା ଆମ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ରାଜ୍ୟରେ ସାମାଜିକ ସୁରକ୍ଷା ବ୍ୟବସ୍ଥାକୁ ତୃଣମୂଳ ସ୍ତରରେ ଅଧିକ ସୁଦୃଢ଼ କରିବା ଡବଲ ଇଞ୍ଜିନ ସରକାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନିରନ୍ତର ପ୍ରୟାସ ଜାରି ରହିଛି। ନୂତନ ଭତା ପାଇଥିବା ସମସ୍ତ ହିତାଧିକାରୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।ଏହି କାର୍ଯ୍ୟକ୍ରମରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା