କଂଗ୍ରେସ ପକ୍ଷରୁ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର,୧୪ ନଭେମ୍ବର (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୭ ତମ ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି। ଏହିଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ
dgtyj


ଭୁବନେଶ୍ୱର,୧୪ ନଭେମ୍ବର (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୭ ତମ ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି। ଏହିଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ ଛକସ୍ଥିତ ନେହେରୁ ପାର୍କ ଠାରେ ଥିବା ପଣ୍ଡିତ ଜବାହରଲାଲ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ଥିବା ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ଶ୍ରୀକାନ୍ତ ଜେନା, ସନ୍ତୋଷ ସିଂ ସାଲୁଜା, ସମୀର କୁମାର ରାଉତରାୟ, ଶିବାନନ୍ଦ ରାୟ, ଡ. ଲଲାଟେନ୍ଦୁ ମହାପାତ୍ର, ପ୍ରକାଶ ଜେନା, କିଶୋର ଜେନା, ଶୁଭେନ୍ଦୁ ମହାନ୍ତି, ଅମୀୟ ପଟ୍ଟନାୟକ, ମନୋରଞ୍ଜନ ଦାଶ, ପ୍ରମୁଖ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande