ଆଗାମୀ ୪ ଦିନ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ : ପରବର୍ତୀ ୩ ଦିନ ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନ ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ପରବର୍ତୀ ୩ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ
ଆଗାମୀ ୪ ଦିନ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ


ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ପରବର୍ତୀ ୩ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ବର୍ଷାର ପରିମାଣ ୭ରୁ ୧୧ ସେ.ମି. ମଧ୍ୟରେ ରହିପାରେ ।

ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ପୁରୀ, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲା(କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ବର୍ଷାର ପରିମାଣ ୧୨ରୁ ୨୦ ସେ.ମି. ମଧ୍ୟରେ ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ବର୍ଷାର ପରିମାଣ ୭ରୁ ୧୧ ସେ.ମି. ମଧ୍ୟରେ ରହିପାରେ ।

ସେହିପରି ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲା(କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande