
ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ.)- ଆସନ୍ତା ୧୭ରୁ ୨୧ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ମତ୍ସ୍ୟଜିବୀ ମାନଙ୍କୁ ଦକ୍ଷିଣ ଓଡ଼ିଶା ଉପକୂଳ ଓ ବାହାରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।
୧୭ ତାରିଖ ସକାଳ ଠାରୁ ପବନର ବେଗ ଘଂଟା ପ୍ରତି ୪୫ରୁ ୫୫ କି.ମି. ତଥା ଏହାର ଝଟ୍କା ୬୫ କି.ମି. ରହିପାରେ । ଏହା କ୍ରମଶଃ ବୃଦ୍ଧି ପାଇ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଘଂଟା ପ୍ରତି ୫୦ରୁ ୬୦ କି.ମି. ତଥା ଏହାର ଝଟ୍କା ୭୦ କି.ମି. ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ