
ଗଞ୍ଜାମ, ୧୫ ନଭେମ୍ବର (ହି.ସ.)- ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରସ୍ତୁତ ରହିଛି ବୋଲି ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ସମସ୍ତେ ନିଜ ନିଜ ଅଞ୍ଚଳରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାର ସମସ୍ତ ଆଶ୍ରୟ ସ୍ଥଳୀରେ ଖାଦ୍ୟ ପାନୀୟ ଜଳ ମହଯୁଦ ରଖିଵା ସହ ଆଲୋକ ବ୍ଯଵସ୍ଥା ସଜାଡି ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି।
ହିନ୍ଦୁସ୍ଥାନ ସମାଚାର / ହୃଷୀକେଶ