ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଜନଜାତିୟ ଗୌରବ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦୀ
‘ଧରତୀ ଆବା’ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ଉତ୍ସବକୁ ସମର୍ପିତ ଏହି କାର୍ଯ୍ୟକ୍ରମ - ପ୍ରାୟ ୩,୦୦୦ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଭେଟି ଦେବେ - ମିଜୋରାମର ଜନଜାତି ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ମଧ୍ୟ କରିବେ ଉଦ୍ଘାଟନ ନୂଆଦିଲ୍ଲୀ, ୧୫ ନଭେମ୍ବର (ହି.ସ.)। ପ୍ରଧାନମନ୍ତ୍
भाजपा ने अपने एक्स हैंडल पर प्रधानमंत्री नरेन्द्र मोदी के आज के कार्यक्रम को साझा किया है।


- ‘ଧରତୀ ଆବା’ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ଉତ୍ସବକୁ ସମର୍ପିତ ଏହି କାର୍ଯ୍ୟକ୍ରମ

- ପ୍ରାୟ ୩,୦୦୦ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଭେଟି ଦେବେ

- ମିଜୋରାମର ଜନଜାତି ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ମଧ୍ୟ କରିବେ ଉଦ୍ଘାଟନ

ନୂଆଦିଲ୍ଲୀ, ୧୫ ନଭେମ୍ବର (ହି.ସ.)। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରର ଗଡ଼ଚିରୋଲିଠାରେ ଆୟୋଜିତ ‘ଜନଜାତିୟ ଗୌରବ ଦିବସ’ କାର୍ଯ୍ୟକ୍ରମରେ ସାମିଲ ହେବେ। ‘ଧରତୀ ଆବା’ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ଅବସରରେ ସେ ସେଠାରେ ଉପସ୍ଥିତ ଲୋକମାନଙ୍କୁ ସମ୍ବୋଧିତ ମଧ୍ୟ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରାୟ ୩,୦୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୨୪୬ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ। ଦେଶର ଜନଜାତି ସମ୍ପ୍ରଦାୟ ପାଇଁ ଶିକ୍ଷା, ସ୍ୱାସ୍ଥ୍ୟସେବା, ଜୀବିକା ଏବଂ ସାମୁଦାୟିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏହି ପ୍ରକଳ୍ପଗୁଡ଼ିକର ଉଦ୍ଦେଶ୍ୟ। ଏହି ସୂଚନା ସରକାରୀ ମୁଖପାତ୍ର ଦେଇଛନ୍ତି।

ସରକାରୀ ମୁଖପାତ୍ରଙ୍କ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୭୩ଟି ପ୍ରକଳ୍ପର ଉଦ୍ଘାଟନ କରିବେ। ଏଥିରେ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ୩୮ଟି ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ (ଇଏମଆରଏସ) ଏବଂ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ (ପିଏମ-ଜନମନ) ଅଧୀନରେ ୧୦୦ଟି ବହୁମୁଖୀ କେନ୍ଦ୍ର ସାମିଲ ରହିଛି। ଏହି କେନ୍ଦ୍ରଗୁଡ଼ିକ ସେବା ଯୋଗାଣ ଏବଂ ସାମୁଦାୟିକ କାର୍ଯ୍ୟକଳାପର କେନ୍ଦ୍ର ଭାବେ କାର୍ଯ୍ୟ କରିବ। ଏହା ସହିତ ସେ ପିଏମ-ଜନମନ ଏବଂ ଧରତୀ ଆବା ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନ (ଡିଏଜେଜିୟୁଏ) ଅଧୀନରେ ଅନ୍ୟାନ୍ୟ ବିଭିନ୍ନ ପ୍ରକଳ୍ପର ମଧ୍ୟ ଉଦ୍ଘାଟନ କରିବେ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande