
ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- ମାତୃଭୂମିର ସ୍ୱାଧୀନତା ପାଇଁ ନିଜର ସର୍ବସ୍ୱ ଉତ୍ସର୍ଗ
କରିଥିବା ମହାନ ବୀରଙ୍କୁ ଶତ ଶତ ନମନ।ଆଜି ମୋ
ନିର୍ବାଚନମଣ୍ଡଳୀ ଅର୍ନ୍ତଗତ ବାଣପୁର ଠାରେ ପାଇକ ବିଦ୍ରୋହର ମହାନ ନାୟକ ତଥା ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ ସହିଦ୍ କୃତ୍ତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ
ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ଏହି ଅବସରରେ ଦେଶମାତୃକାର ସ୍ୱାଧୀନତା ପାଇଁ ତାଙ୍କର ଅଦମ୍ୟ ସାହସ, ତ୍ୟାଗ ଓ ବଳିଦାନ
ଆମ ସମସ୍ତଙ୍କ ପାଇଁ ଚିରକାଳ ପ୍ରେରଣାର ଉତ୍ସ ହୋଇ ରହିବ ବୋଲି କହିଛନ୍ତି ମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା