
ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- କନ୍ଧମାଳ ଜିଲ୍ଲା ଉପସଭାପତି ପ୍ରଦୀପ କୁମାର
ମହାନ୍ତିଙ୍କ ଦେହାନ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏନେଇ
ଏକ୍ସ ହ୍ୟାଣ୍ଡେଲରେ ଏକ ଶୋକ ବାର୍ତ୍ତା ଜାରି କରି ବିରୋଧୀ ଦଳ ନେତା କହିଛନ୍ତି ଯେ, ବିଜୁ
ଜନତା ଦଳର କନ୍ଧମାଳ ଜିଲ୍ଲା ଉପସଭାପତି ପ୍ରଦୀପ କୁମାର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି
ମୁଁ ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା
ସ୍ମରଣୀୟ ହୋଇ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର
ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାର ସଦଗତି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା