
ଗଞ୍ଜାମ, ୧୬ ନଭେମ୍ବର (ହି.ସ.)- ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ପିପଳପଙ୍କା ପୋଲ ନିକଟରେ ଆଜି ସକାଳେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ଦୁହେଁ ଏକାଠି ଗୋଟିଏ ବାଇକ୍ ଯୋଗେ ଯାଉଥିବା ବେଳେ ବାଇକ୍ ଟି ଭାରସାମ୍ୟ ହରାଇ ପୋଲରେ ପିଟି ହୋଇଯାଇଥିଲା । ଫଳରେ ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଖବର ପାଇ ସୋରଡ଼ା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । ଅଦ୍ୟାବଧି ମୃତକ ଦ୍ୱୟଙ୍କ ପରିଚୟ ମିଳିପାରିନାହିଁ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ