ବେଗୁନିଆ ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ଖୋର୍ଦ୍ଧା, ୧୬ ନଭେମ୍ବର(ହି.ସ.) – ଆଜି ପୂର୍ବାହ୍ନରେ ଜିଲ୍ଲା ପ୍ରଶାସନିକ ଜନ ଅଭିଯୋଗ ଶୁଣାଣୀ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିତ ପାରୁସୋତମ୍ ଦାସ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଜ୍ୟୋତି ଶଙ୍କର ସାହୁଙ୍କ ମିଳିତ ଅଧ୍ୟକ୍ଷତାରେ ଉବେଗୁନିଆ ପଂଚାୟତ ସମିତି କାର୍ଯ
Abhijog


ଖୋର୍ଦ୍ଧା, ୧୬ ନଭେମ୍ବର(ହି.ସ.) – ଆଜି ପୂର୍ବାହ୍ନରେ ଜିଲ୍ଲା ପ୍ରଶାସନିକ ଜନ ଅଭିଯୋଗ ଶୁଣାଣୀ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିତ ପାରୁସୋତମ୍ ଦାସ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଜ୍ୟୋତି ଶଙ୍କର ସାହୁଙ୍କ ମିଳିତ ଅଧ୍ୟକ୍ଷତାରେ ଉବେଗୁନିଆ ପଂଚାୟତ ସମିତି କାର୍ଯ୍ୟାଳୟ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ସଂକଳ୍ପ ସ୍ୱସ୍ତିକ ସାହୁ, ବ୍ଲକ୍ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ଜେନା, ତହସିଲଦାର, ବେଗୁନିଆ, ଆସିଷ୍ଟାଂଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ୱରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ କ୍ଷ ଆଜିର ଅଭିଯୋଗ ଶିବିରକୁ ମୋଟ ୮୭ଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୨୩ ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୬୪ ଟି ଗ୍ରାମୀଣ ସମସ୍ୟା ଜନିତ ଥିଲା କ୍ଷ ଶିବିରରେ ୫ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ତ୍ରିସ୍ତରୀୟ ପଂଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଂଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande