ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ;ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ
ବଲାଙ୍ଗୀର, 16 ନଭେମ୍ବର (ହି.ସ.)-ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଆଜି ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ ଅସରରେ ମତ ରଖିଛନ୍ତି ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାର । ସ୍ଥାନୀୟ ସାମ୍ବାଦିକ ଭବନରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମ୍ବାଦିକ ସଂ
ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ;ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ


ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ;ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ


ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ;ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ


ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ;ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ


ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ;ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ


ବଲାଙ୍ଗୀର, 16 ନଭେମ୍ବର (ହି.ସ.)-ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଆଜି ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳନ ଅସରରେ ମତ ରଖିଛନ୍ତି ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାର । ସ୍ଥାନୀୟ ସାମ୍ବାଦିକ ଭବନରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମ୍ବାଦିକ ସଂଘର ମିଳିତ ଆୟୋଜନରେ ଆଜି ପୂର୍ବାହ୍ନରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ-୨୦୨୬ ପାଳିତ ହୋଇଯାଇଛି ।

ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ସଂଘର ଉପ-ସଭାପତି ଆନନ୍ଦ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା ଏବଂ ସ୍ୱତନ୍ତ୍ର ବକ୍ତା ଭାବେ ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରମୋଦ କୁମାର ମିଶ୍ର ଓ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଶୀ ଯୋଗଦାନ କରିଥିଲେ। ଅତିଥିମାନଙ୍କ ସହ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି ଏବଂ ସାମ୍ବାଦିକ ସଂଘର ସଂପାଦକ ଦୀପକ ପୁରୋହିତ ମଧ୍ୟ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ଜିଲ୍ଲା ସାମ୍ବାଦିକ ସଂଘର ସମ୍ପାଦକ ଶ୍ରୀ ପୁରୋହିତ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ।

ଗଣତନ୍ତ୍ରର ଚାରୋଟି ସ୍ତମ୍ଭ ମଧ୍ୟରୁ ଚତୁର୍ଥ ସ୍ତମ୍ଭ ‘ଗଣମାଧ୍ୟମ’ ସବୁବେଳେ ଏକ ଗୁରୁତ୍ୱପୂର୍ଣ୍ଣ ଓ ଦାୟିତ୍ୱସମ୍ପନ୍ନ ଭୂମିକା ବହନ କରିଆସିଛି ବୋଲି ମୁଖ୍ୟ ଅତିଥି ତଥା ଜିଲ୍ଲାପାଳ ଶ୍ରୀ ଇସଲୱାର ମତପ୍ରକାଶ କରିଥିଲେ। ରାଷ୍ଟ୍ରର ସାମୂହିକ ସମୃଦ୍ଧି, ସ୍ୱଚ୍ଛତା ଏବଂ ଜନକଲ୍ୟାଣ କ୍ଷେତ୍ରରେ ଗଣମାଧ୍ୟମ ସର୍ବଦା ସଫଳ ଯୋଗଦାନ ଦେଇଆସିଛି ବୋଲି ସେ କହିବା ସହ ବଲାଙ୍ଗିର ଜିଲ୍ଲାର ସାମ୍ବାଦିକତା ଏବଂ ଏହାର କାର୍ଯ୍ୟଶୈଳୀକୁ ଭୂୟସୀ ପ୍ରଶଂସା କରିଥିଲେ।

ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ନିଜର ବକ୍ତବ୍ୟ ରଖି କହିଥିଲେ ଯେ, ସୁସ୍ଥ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ଏବଂ ଏହି ପ୍ରକ୍ରିୟାରେ ଗଣମାଧ୍ୟମ ହେଉଛି ମୂଳ ଅଙ୍ଗ । ସେହିକ୍ରମରେ ବଲାଙ୍ଗିର ସାମ୍ବାଦିକତା କ୍ଷେତ୍ର ନିଜର ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ବଳରେ ସାରା ରାଜ୍ୟରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି, ଯାହାକି ସମସ୍ତଙ୍କ ପାଇଁ ଗର୍ବର ବିଷୟ ବୋଲି କହିଥିଲେ। ସାମ୍ବାଦିକତା କ୍ଷେତ୍ରରେ କର୍ତ୍ତବ୍ୟବୋଧ ବଳିଷ୍ଠ ହେଲେ ଲୋକପ୍ରିୟତା ଆପେ ଆପେ ଆସେ । ଲୋକପ୍ରିୟତା ଅପେକ୍ଷା କର୍ତ୍ତବ୍ୟବୋଧ ପ୍ରତି ସାମ୍ବାଦିକମାନେ ଅଧିକ ଯତ୍ନବାନ ହେଲେ ସମାଜର ପ୍ରକୃତ ଉନ୍ନତି ସାଧନ ହୋଇପାରିବ ବୋଲି ଅତିଥି ଓ ବକ୍ତାମାନେ ମତବ୍ୟକ୍ତ କରିଥିଲେ । ଏହାସହ ସମାରୋହର ଉଦ୍ଦେଶ୍ୟ ଏବଂ ଚଳିତ ବର୍ଷର ମୁଖ୍ୟ ପ୍ରସଙ୍ଗ ‘ସାମ୍ବାଦିକ: ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧ’ ଉପରେ ସେମାନେ ନିଜର ଗୁରୁତ୍ୱପୂର୍ଣ୍ଣ ଅଭିମତ ରଖିଥିଲେ ।

ସଭାକୁ ଶ୍ରୀ ଚିତ୍ତରଞ୍ଜନ ମିଶ୍ର ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମର ଶେଷରେ ଜିଲ୍ଲା ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ଶ୍ରୀ ଶରତ ମିଶ୍ର ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ସମାରୋହରେ ଜିଲ୍ଲା ସାମ୍ବାଦିକ ସଂଘର ସଭ୍ୟସଭ୍ୟା, ଜିଲ୍ଲା ପ୍ରେସ୍ କ୍ଲବ୍ର ସଦସ୍ୟ, ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା କାର୍ଯ୍ୟରତ ସାମ୍ବାଦିକ ତଥା ବୁଦ୍ଧିଜୀବୀମାନେ ଏବଂ ମହିଳା ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣମାଧ୍ୟମ ବିଭାଗର ଛାତ୍ରଛାତ୍ରୀ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande