
ଭୁବନେଶ୍ଵର, ୧୬ ନଭେମ୍ବର (ହି.ସ.)- ସୋମବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର ରାଉରକେଲା ଓ ସମ୍ବଲପୁରରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ