
ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ
ଜୀଙ୍କ ଓଡ଼ିଶା ଗସ୍ତ ଅବସରରେ ଆଜି ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ
ସମ୍ବର୍ଦ୍ଧନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତକାଳରେ ଉପରାଷ୍ଟ୍ରପତି ୧୭ ତମ ଓଡ଼ିଶା
ବିଧାନସଭାର ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଅନ୍ୟାନ୍ୟ
କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ତାଙ୍କର ଏହି ଗସ୍ତ ଓ ଦିଗଦର୍ଶନ ଆମର ବିକଶିତ ତଥା ସମୃଦ୍ଧ
ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା