
ଜୟପୁର, ୧୬ ନଭେମ୍ବର (ହି.ସ.) - କୋରାପୁଟ ବୈପାରିଗୁଡ଼ା ବ୍ଲକ୍ର କେନ୍ଦୁଗୁଡ଼ା ଗ୍ରାମ ପଂଚାୟତଠାରେ ଆଜି ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।
ଏହି ଶିବିରରେ ଜନସାଧାରଣଙ୍କଠାରୁ ମୋଟ ୩୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୪ଟି ବ୍ୟକ୍ତିଗତ ଓ ୨୪ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଏଥିମଧ୍ୟରୁ ୬ଟି ଅଭିଯୋଗର ଶିବିରରେ ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ତଦନ୍ତ କରି ନିୟମାନୁଯାୟୀ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକସ୍ଥଳେ ଅଭିଯୋଗର ସ୍ଥଳ ପରିଦର୍ଶନ କରି ସମାଧାନ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ।
ଏହି ଜନଅଭିଯୋଗ ଶୁଣାଣି ଶିବିରରେ ଉପଜିଲ୍ଲାପାଳ, ଜୟପୁର ଶୁଭ୍ରା ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମନୋଜ ପୂଜାରୀ, ଜିଲ୍ଲା ବନଖଣ୍ଡ ଅଧିକାରୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ବେଣୁଧର ସବର, ବୈପାରିଗୁଡ଼ା ବିଡିଓ ସୁବ୍ରତ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ୍ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ପିକେପି