ଉତ୍ତରାଖଣ୍ଡ ସଡ଼କ ଦୁର୍ଘଟଣାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
ନୂଆଦିଲ୍ଲୀ, ୧୭ ନଭେମ୍ବର (ହି.ସ.)। ଉତ୍ତରାଖଣ୍ଡର ଟିହରୀ ଗଢ଼ୱାଲ ଜିଲ୍ଲାରେ ଘଟିଥିବା ସଡ଼କ ଦୁର୍ଘଟଣାକୁ ନେଇ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ଉତ୍ତରାଖଣ୍ଡର ଟିହରୀ ଗଢ଼ୱାଲ ଜିଲ୍ଲାରେ ସଡ଼କ
दुर्घटनाग्रस्त बस।


ନୂଆଦିଲ୍ଲୀ, ୧୭ ନଭେମ୍ବର (ହି.ସ.)। ଉତ୍ତରାଖଣ୍ଡର ଟିହରୀ ଗଢ଼ୱାଲ ଜିଲ୍ଲାରେ ଘଟିଥିବା ସଡ଼କ ଦୁର୍ଘଟଣାକୁ ନେଇ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ଉତ୍ତରାଖଣ୍ଡର ଟିହରୀ ଗଢ଼ୱାଲ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ଅନେକ ଲୋକଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦ। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି ଏବଂ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।

ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଉତ୍ତରାଖଣ୍ଡର ଟିହରୀ ଗଢ଼ୱାଲ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ଧନଜୀବନ ହାନି ହୋଇଥିବା ଖବର ଶୁଣି ସେ ଗଭୀର ମର୍ମାହତ। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ସୁସ୍ଥତା କାମନା କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଟିହରୀ ଜିଲ୍ଲାରେ ମଙ୍ଗଳବାର ଭୋର ପ୍ରାୟ ୪ଟା ୩୦ ମିନିଟ୍ରେ ଘଟିଥିବା ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨୬ ଜଣ ଆହତ ହୋଇଛନ୍ତି।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande