ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଏଫଡିସି ଅଧ୍ୟକ୍ଷ ଦାୟିତ୍ୱ
ଭୁବନେଶ୍ୱର,୧୭ ନଭେମ୍ବର (ହି.ସ)- ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ (ଓଏଫଡିସି)ର ଅଧ୍ୟକ୍ଷ ଦାୟିତ୍ୱ ଅତିରିକ୍ତ ଭାବେ ପ୍ରଦାନ କରାଯାଇଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ପ୍ରକାଶ ପା
gbdrttgh


ଭୁବନେଶ୍ୱର,୧୭ ନଭେମ୍ବର (ହି.ସ)- ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ (ଓଏଫଡିସି)ର ଅଧ୍ୟକ୍ଷ ଦାୟିତ୍ୱ ଅତିରିକ୍ତ ଭାବେ ପ୍ରଦାନ କରାଯାଇଛି।

ରାଜ୍ୟ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୯୯ ବ୍ୟାଚ୍ ର ଆଇଏଏସ୍ ଅଧିକାରୀ ଶ୍ରୀ ଶର୍ମା ବର୍ତମାନ ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି। ଏଥିସହ ସେ ଓପିଟିସିଏଲ୍ ର ସିଏମ୍ଡି ଦାୟିତ୍ୱରେ ମଧ୍ୟ ଅଛନ୍ତି। ଏବେ ତାଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିମିଟେଡ୍ ର ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱରେ ରହିବାକୁ ଅନୁମତି ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande