ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି ନିଷ୍ପତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଦେଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର,୧୭ ନଭେମ୍ବର (ହି.ସ)- ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଲୋକଙ୍କ ସରକାର ମହଙ୍ଗା ଭତା (ଡିଏ)ରେ ୩% ବୃଦ୍ଧି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୬୦% ରୁ ୬୩% କୁ ବୃଦ୍ଧି ପାଇଛି। ଏହି ବୃଦ୍ଧି ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବେ ଲାଗୁ ହେବ ଏବଂ ଏହା ଚଳିତ
dgdrttj


ଭୁବନେଶ୍ୱର,୧୭ ନଭେମ୍ବର (ହି.ସ)- ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଲୋକଙ୍କ ସରକାର ମହଙ୍ଗା ଭତା (ଡିଏ)ରେ ୩% ବୃଦ୍ଧି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୬୦% ରୁ ୬୩% କୁ ବୃଦ୍ଧି ପାଇଛି। ଏହି ବୃଦ୍ଧି ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବେ ଲାଗୁ ହେବ ଏବଂ ଏହା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ।

ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ୩% ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।

ଏହି ଜନହିତକର ନିଷ୍ପତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଧନ୍ୟବାଦ ଜଣାଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ କଲ୍ୟାଣ ଓ ସେମାନଙ୍କ ଆର୍ôଥକ ସୁରକ୍ଷା ପ୍ରତି ସରକାରଙ୍କ ଏହି ପଦକ୍ଷେପ ପ୍ରଶଂସନୀୟ ବୋଳି ଏକ୍ସରେ ପୋଷ୍ଟ କରି ସେ କହିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande