
ଭୁବନେଶ୍ୱର, ୧୭ ନଭେମ୍ବର (ହି.ସ.)- ମଙ୍ଗଳବାର ଭୋର୍ ତଥା ସକାଳ ସମୟରେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ କୋରାପୁଟରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ