
ଭୁବନେଶ୍ୱର, 17 ନଭେମ୍ବର (ହି.ସ.)- ଅଶୋକ ସିଂଘଲ ଜୀଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି
ସେ କହିଛନ୍ତି ଯେ, ବିଶ୍ୱ ହିନ୍ଦୁ ପରିଷଦର ପୂର୍ବତନ ଅନ୍ତରାଷ୍ଟ୍ରୀୟ ଅଧ୍ୟକ୍ଷ, ପ୍ରଖର
ରାଷ୍ଟ୍ରବାଦୀ, ଶ୍ରୀ ରାମ ଜନ୍ମଭୂମି ଆନ୍ଦୋଳନର ଅନ୍ୟତମ ପ୍ରେରଣା ଆଦରଣୀୟ ଅଶୋକ
ସିଂଘଲ ଜୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା