ବାତ୍ୟା ଅକଭାନ ପାଇଁ ୬ ଜିଲ୍ଲାରେ ୩ ଦିନ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ୧୯ରୁ ୨୧ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ ଭୁବନେଶ୍ୱର,୧୮ ନଭେମ୍ବର (ହି.ସ.)- ସମ୍ଭାବ୍ୟ ବାତ୍ୟା ‘ଅକଭାନ’କୁ ଦୃଷ୍ଟିରେ ରଖି ରାଜ୍ୟର ୬ଟି ଜିଲ୍ଲାରେ ନଭେମ୍ବର ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ
src


ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ୧୯ରୁ ୨୧ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୧୮ ନଭେମ୍ବର (ହି.ସ.)- ସମ୍ଭାବ୍ୟ ବାତ୍ୟା ‘ଅକଭାନ’କୁ ଦୃଷ୍ଟିରେ ରଖି ରାଜ୍ୟର ୬ଟି ଜିଲ୍ଲାରେ ନଭେମ୍ବର ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ।ଏହି ୬ ଜିଲ୍ଲା ହେଲା ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଏହାସହିତ ବାତ୍ୟାର ପ୍ରଭାବ ଓ ସ୍ଥାନୀୟ ପରିସ୍ଥିତିକୁ ଆକଳନ କରି ଆବଶ୍ୟକ ପଡ଼ିଲେ ୨୧ ନଭେମ୍ବର ପରେ ମଧ୍ୟ ଛୁଟି ଅବଧି ବୃଦ୍ଧି କରିବାକୁ ସମ୍ପୃକ୍ତ ୬ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କ୍ଷମତା ଦିଆଯାଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ସ୍ଥାନୀୟ ପାଣିପାଗ ଓ ପରିସ୍ଥିତି ଉପରେ ନଜର ରଖି ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ସମ୍ପର୍କରେ ଉପଯୁକ୍ତ ନିଷ୍ପତି ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଏହି ନିର୍ଦ୍ଦେଶନାମା ସମସ୍ତ ଜିଲ୍ଲାପାଳ ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ପଠାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande