୧୮ରୁ ୨୨ ନଭେମ୍ବର ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍
ଭୁବନେଶ୍ୱର ,୧୮ ନଭେମ୍ବର (ହି.ସ.) - ସାମ୍ପ୍ରତିକ ବାତ୍ୟା ପରିସ୍ଥିତିରେ ରାଜ୍ୟରେ ଜରୁରୀକାଳୀନ ପ୍ରଶାସନିକ ଆବଶ୍ୟକତା ତଥା ସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୨ ନଭେମ୍ବର ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ଏହି
୧୮ରୁ ୨୨ ନଭେମ୍ବର ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍


ଭୁବନେଶ୍ୱର ,୧୮ ନଭେମ୍ବର (ହି.ସ.) - ସାମ୍ପ୍ରତିକ ବାତ୍ୟା ପରିସ୍ଥିତିରେ ରାଜ୍ୟରେ ଜରୁରୀକାଳୀନ ପ୍ରଶାସନିକ ଆବଶ୍ୟକତା ତଥା ସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୨ ନଭେମ୍ବର ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି।

ଏହି ଅବଧି ମଧ୍ୟରେ ଛୁଟିରେ ଥିବା ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ତୁରନ୍ତ ନିଜ ନିଜ କାର୍ଯ୍ୟସ୍ଥଳରେ ଯୋଗଦେବାକୁ କୁହାଯାଇଛି। ଏଥିସହ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିଜ ନିଜ ଦାୟିତ୍ୱ ନିର୍ବାହରେ ସଜାଗ ଓ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande