ଜୟନ୍ତୀ ଅବସରରେ ଶହୀଦ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର ,୧୮ ନଭେମ୍ବର (ହି.ସ.) - ବୁଧବାର ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଭୁବନେଶ୍ୱରର ଏଜି ଛକସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତିରେ ବିଶିଷ୍ଟ ଅତିଥିମାନେ ମାଲ୍ୟାର୍ପଣ କରିଥିଲେ । ଏହା ସହିତ ବିଧାନସଭା ପାଶ୍ୱର୍ରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ
cm


ଭୁବନେଶ୍ୱର ,୧୮ ନଭେମ୍ବର (ହି.ସ.) - ବୁଧବାର ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଭୁବନେଶ୍ୱରର ଏଜି ଛକସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତିରେ ବିଶିଷ୍ଟ ଅତିଥିମାନେ ମାଲ୍ୟାର୍ପଣ କରିଥିଲେ । ଏହା ସହିତ ବିଧାନସଭା ପାଶ୍ୱର୍ରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡ଼ା, ଉପବାଚସ୍ପତି ଭବାନୀଶଙ୍କର ଭୋଇ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ବିଧାୟକ ବାବୁ ସିଂ, ଦୁର୍ଗାଚରଣ ତନ୍ତୀ, ଜଲେନ୍ ନାୟକ, ଜୟୀ ରାଜଗୁରୁ ସ୍ମୃତି ପରିଷଦ ଓ ପୂଜ୍ୟପୂଜା ସଂସଦର କାର୍ଯ୍ୟକର୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବିଧାନସଭାର ସଚିବ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସଂଜୟ କୁମାର ବିଶ୍ୱାଳ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ଦୀପ୍ତିମୟୀ ମହାପାତ୍ର ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

.......

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande