
ଭୁବନେଶ୍ୱର, ୧୮ ନଭେମ୍ବର (ହି.ସ.)- ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଅଡିଟୋରିୟମରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାତୀୟ ଶିକ୍ଷାନୀତି-୨୦୨୦ର କାର୍ଯ୍ୟକାରିତା ଏବଂ କାର୍ଯ୍ୟାନ୍ୱୟନ କର୍ମଶାଳା – ପ୍ରଜ୍ଞା ପ୍ରେରଣା ୨.୦' ଅନୁଷ୍ଠିତ ହୋଇଛି। ଏହି ଅବସରରେ ରାଜ୍ୟରେ ଏନଇପି-୨୦୨୦ର ସଫଳ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ବିଭିନ୍ନ ଦୂରଦୃଷ୍ଟିସମ୍ପନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । କର୍ମଶାଳାରେ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ, ବିଶ୍ୱବିଦ୍ୟାଳୟର କୁଳପତି, ପ୍ରତିନିଧି ଏବଂ ଶିକ୍ଷାବିତଗଣ ଯୋଗଦେଇ ନିଜର ମୂଲ୍ୟବାନ ମତ ରଖିଛନ୍ତି । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ ଆମର ଯୁବପିଢ଼ିଙ୍କ ଭବିଷ୍ୟତକୁ ଅଧିକ ଉଜ୍ଜ୍ୱଳ ଓ ପ୍ରତିଯୋଗିତାମୂଳକ କରିବା ଦିଗରେ ଏହି ପ୍ରୟାସ ନିଶ୍ଚିତ ଭାବେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା