ଭାରତରତ୍ନ ଇନ୍ଦିରା ଗାନ୍ଧୀଙ୍କ ଜନ୍ମଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା, ୧୯ ନଭେମ୍ବର(ହି.ସ.) – ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ତଥା ଲୌହମାନବୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମଜୟନ୍ତୀ ଜିଲ୍ଲା କଂଗ୍ରେସ କମିଟି, କେନ୍ଦ୍ରାପଡ଼ା ପକ୍ଷରୁ ଶ୍ରଦ୍ଧା ଓ ସମ୍ମାନର ସହିତ ପାଳନ କରାଯାଇଥିଲା। ଏହି ଅବସରରେ ଉପସ୍ଥିତ ନେତୃବୃନ୍ଦ ଇନ୍ଦିରା ଗାନ୍ଧୀଙ୍କ
ଭାରତରତ୍ନ ଇନ୍ଦିରା ଗାନ୍ଧୀଙ୍କ ଜନ୍ମଜୟନ୍ତୀ ପାଳିତ


କେନ୍ଦ୍ରାପଡ଼ା, ୧୯ ନଭେମ୍ବର(ହି.ସ.) – ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ତଥା ଲୌହମାନବୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମଜୟନ୍ତୀ ଜିଲ୍ଲା କଂଗ୍ରେସ କମିଟି, କେନ୍ଦ୍ରାପଡ଼ା ପକ୍ଷରୁ ଶ୍ରଦ୍ଧା ଓ ସମ୍ମାନର ସହିତ ପାଳନ କରାଯାଇଥିଲା। ଏହି ଅବସରରେ ଉପସ୍ଥିତ ନେତୃବୃନ୍ଦ ଇନ୍ଦିରା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଦେଶର ଏକତା, ଅଖଣ୍ଡତା ଓ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ତାଙ୍କର ଅବଦାନକୁ ସ୍ମରଣ କରାଯାଇଥିଲା। ଏହି କାର୍ୟ୍ୟକ୍ରମରେ ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ପ୍ରଫୁଲ୍ଲ କୁମାର ଦାସ, ଜିଲ୍ଲା କଂଗ୍ରେସ ସଂଗଠନ ଉପସଭାପତି, ସତ୍ୟପ୍ରିୟ ସାମଲ, ବ୍ଲକ୍ କଂଗ୍ରେସ ସଭାପତି ହରିଶ ପଟ୍ଟନାୟକ, ଯୁବନେତା ରାଜମୋହନ ସ୍ୱାଇଁ ଏବଂ ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ କୁମାର ମହାନ୍ତିଙ୍କ ସମେତ ଅନ୍ୟାନ୍ୟ କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ଉପସ୍ଥିତ ଥିଲେ। ଶେଷରେ ଇନ୍ଦିରା ଗାନ୍ଧୀଙ୍କ ଆଦର୍ଶ, ତ୍ୟାଗ ଓ ଦେଶପ୍ରତି ସମର୍ପଣ ଭାବନାକୁ ମନେ ପକାଇ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande