
ଭୁବନେଶ୍ୱର, ୧୯ ନଭେମ୍ବର (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧିଙ୍କ ୧୦୯ତମ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲାର୍ପଣ କରିଥିଲେ। ପରେ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତ ଇନ୍ଦିରାଜୀଙ୍କ ପ୍ରତିମୂର୍ତିରେ କଂଗ୍ରେସ ନେତୃବୃନ୍ଦ ମାଲ୍ୟାର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏଆଇସିସି ପୂର୍ବତନ ସମ୍ପାଦକ ସି.ପି. ମିତଲ, କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଜୟଦେବ ଜେନା, ସୁରେଶ କୁମାର ରାଉତରାୟ, ସମୀର କୁମାର ରାଉତରାୟ, ନଗେନ୍ଦ୍ର ପ୍ରଧାନ, ଶିବାନନ୍ଦ ରାୟ, ଜିଆ ଉଲ୍ ହକ୍, ଅରବିନ୍ଦ ଦାସ, ଅଭୟ ସାହୁ, ପୃଥିବୀବଲ୍ଲଭ ପଟ୍ଟନାୟକ ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା