
ଭୁବନେଶ୍ୱର, ୧୯ ନଭେମ୍ବର (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ଆସନ୍ତା ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ