
ଭୁବନେଶ୍ୱର, ୧୯ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ସର୍ବାଧିକ ୨୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୨୧.୬ ମି.ମି., ପୁରୀ ଜିଲ୍ଲାର ଗୋପରେ ୨୧.୦ ମି.ମି., ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୧୯.୦ ମି.ମି., ପୁରୀ ଜିଲ୍ଲାର ପୁରୀରେ ୧୮.୮ ମି.ମି., କାକଟପୁରରେ ୧୮.୦ ମି.ମି., ଜଗତସିଂହପୁର ଜିଲ୍ଲାର ନାଉଗାଁରେ ୧୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁରରେ ୧୧.୦ ମି.ମି., ଜଗତସିଂହପୁର ଜିଲ୍ଲାର ଜଗତସିଂହପୁରରେ ୧୦.୨ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡାରେ ୧୦.୦ ମି.ମି., ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୯.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୮.୦ ମି.ମି. ଏବଂ ରାଜଘାଟରେ ୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ