
ଭୁବନେଶ୍ୱର, ୧୯ ନଭେମ୍ବର (ହି.ସ)- ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଗୁରୁବାର ଦିନ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ସମ୍ଭାବ୍ୟ ବାତ୍ୟା ‘ଅକବାନ୍’ର ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।
ଏହି ଅବସରରେ ପୁରୀ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ସତ୍ୟବାଦୀର ବିଧାୟକ ଶ୍ରୀ ଓମ୍ ପ୍ରକାଶ ମିଶ୍ର, ପିପିଲିର ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ ଏବଂ ବିଭିନ୍ନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା