ବଲାଙ୍ଗୀର ଠାରେ ଜିଲ୍ଲା ପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ବଲାଙ୍ଗିର, ୦୨ ନଭେମ୍ବର(ହି.ସ.) – ବଲାଙ୍ଗୀର ପଂଚାୟତ ସାଧନା କେନ୍ଦ୍ର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କ ଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ଶିବିରରେ ମୋ
ବଲାଙ୍ଗିର ଠାରେ ଜିଲ୍ଲା ପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


ବଲାଙ୍ଗିର ଠାରେ ଜିଲ୍ଲା ପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


ବଲାଙ୍ଗିର, ୦୨ ନଭେମ୍ବର(ହି.ସ.) – ବଲାଙ୍ଗୀର ପଂଚାୟତ ସାଧନା କେନ୍ଦ୍ର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କ ଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ଶିବିରରେ ମୋଟ ୫୪ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥିମଧ୍ୟରୁ ୧୧ଟି ଗୋଷ୍ଠୀଗତ ଏବଂ ୪୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ଏଥିମଧ୍ୟରୁ ୦୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ନେବାସହ ନିୟମାନୁଯାୟୀ ତ୍ୱରିତ ସମାଧାନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ସମସ୍ୟାର ନେଇ ଶିବିରକୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ଅଭିଯୋଗ ଓ ଦାବି ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ସେମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଯାଂଚକରି ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ।

ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande