
ଭୁବନେଶ୍ୱର, ୦୨ ନଭେମ୍ବର (ହି.ସ.) - ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ଆସ୍କା ଉପଖଣ୍ଡ ଚିକିତ୍ସାଳୟ ଗସ୍ତ କରି ବାତ୍ୟା ଏବଂ ବନ୍ୟା ଜନିତ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିଛି। ଜନସାଧାରଣଙ୍କୁ ଆବଶ୍ୟକ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ସହ ହସ୍ପିଟାଲର ପୁନଃରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସେଠାରେ ଆୟୋଜିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଆଲୋଚନା କରିଛନ୍ତି।
ପ୍ରାକୃତିକ ବିପର୍ଯ୍ୟୟ ପରେ ରୋଗୀମାନଙ୍କୁ କିପରି ନିରବଚ୍ଛିନ୍ନ ଭାବେ ଉତମ ଚିକିତ୍ସା, ଜରୁରୀକାଳୀନ ଔଷଧ ଏବଂ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାକ୍ତରଖାନାର କର୍ତୃପକ୍ଷ ଓ ସ୍ୱାସ୍ଥ୍ୟକର୍ମୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଜରୁରୀକାଳୀନ ପରିସ୍ଥିତିରେ ଟେଲି ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ ଓ ସକ୍ରିୟ ରଖିବା ପାଇଁ ଟେଲିକମ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା