
ଭୁବନେଶ୍ୱର, 02 ନଭେମ୍ବର (ହି.ସ.)- ଭିକାରୀ
ବଳଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି
ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ମହାପ୍ରଭୁ
ଶ୍ରୀ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ତଥା 'ଭଜନ ସମ୍ରାଟ୍' ରୂପେ ପରିଚିତ ଭିକାରୀ ବଳଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ
ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି। ଜଗନ୍ନାଥ ସଂସ୍କୃତିର
ପ୍ରଚାର ଓ ପ୍ରସାର ଦିଗରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା