
ଭୁବନେଶ୍ୱର, ୨୦ ନଭେମ୍ବର (ହି.ସ.) - ବରିଷ୍ଠ ବିଜେପି ନେତା ତଥା କୃଷକ ମୋର୍ଚ୍ଚାର ପୂର୍ବତନ ରାଜ୍ୟ ସଭାପତି ସୁରେନ୍ଦ୍ରନାଥ ଜେନାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଚନ୍ତି।
ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବରିଷ୍ଠ ବିଜେପି ନେତା ତଥା କୃଷକ ମୋର୍ଚ୍ଚାର ପୂର୍ବତନ ରାଜ୍ୟ ସଭାପତି ସୁରେନ୍ଦ୍ରନାଥ ଜେନାଙ୍କ ବିୟୋଗ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ।ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଏହି ଦୁଃଖଦ ସମୟରେ ସେମାନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ପ୍ରାର୍ଥନା କରୁଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଦିବଙ୍ଗତ ଆତ୍ମାକୁ ସଦ୍ଗତି ପ୍ରଦାନ କରନ୍ତୁ। ଓଁ ଶାନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା