
ଭୁବନେଶ୍ୱର,୨୦ ନଭେମ୍ବର (ହି.ସ )- ଉତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏକ୍ସ ହ୍ୟାଣ୍ଡେଲରେ ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏହି ଅପୂରଣୀୟ କ୍ଷତିକୁ ସହ୍ୟ କରିବା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ବୋଲି ସେ କାମନା କରିଛନ୍ତି। ଏଥିସହ ଦିବଂଗତ ଆତ୍ମାଙ୍କ ସଦ୍ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା