
ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ସୁନ୍ଦରଗଡ଼ ଜିଲ୍ଲା, ସବଡେଗା ତହସିଲର ଦୀପକ ସାହୁ (ପିତା - ସଞ୍ଜୟ ସାହୁ )ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଆର୍ôଥକ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା