
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ଉତ୍କଳ କେଶରୀ
ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ଆଜି ଓଡ଼ିଶା ବିଧାନସଭା ପରିସରରେ ତାଙ୍କ
ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ। ଏହି ଅବସରରେ ସ୍ୱାଧୀନତା ସଂଗ୍ରାମ ଠାରୁ ଆରମ୍ଭ କରି ଆଧୁନିକ ଓଡ଼ିଶାର ନବ
ନିର୍ମାଣ, ସାହିତ୍ୟ
ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ଚିରସ୍ମରଣୀୟ ହୋଇ ରହିବ। ତାଙ୍କର ଆଦର୍ଶ
ଓ ନୀତି ଆମଖ ସର୍ବଦା ପ୍ରେରଣା ଦେଉଥିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା