
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ଡଃ ହରେକୃଷ୍ଣ
ମହତାବଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଶାର
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଜନନାୟକ 'ଉତ୍କଳ କେଶରୀ' ଡଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା