ଗୁଜରାଟ ଏବଂ ରାଜସ୍ଥାନରେ ଘଟିଥିବା ସଡ଼କ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ନୂଆଦିଲ୍ଲୀ, ୨୨ ନଭେମ୍ବର (ହି.ସ.)। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଟି ପୃଥକ ସଡ଼କ ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆର୍ଏଫ୍)ରୁ ୨-୨ ଲକ୍ଷ ଟଙ୍କା ଏବଂ
प्रधानमंत्री नरेन्द्र मोदी (फाइल फोटो)


ନୂଆଦିଲ୍ଲୀ, ୨୨ ନଭେମ୍ବର (ହି.ସ.)। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଟି ପୃଥକ ସଡ଼କ ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆର୍ଏଫ୍)ରୁ ୨-୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦-୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, “ଗୁଜରାଟର କଚ୍ଛ ଏବଂ ରାଜସ୍ଥାନର କୋଟାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ଲୋକଙ୍କ ଜୀବନହାନି ହୋଇଥିବା ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଏହି ଦୁଃଖଦ ସମୟରେ ମୋର ସମବେଦନା ପୀଡ଼ିତ ପରିବାରଗୁଡ଼ିକ ସହ ରହିଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମୁଁ କାମନା କରୁଛି। ପିଏମ୍ଏନ୍ଆର୍ଏଫ୍ରୁ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ୨-୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦-୫୦ ହଜାର ଟଙ୍କା ଦିଆଯିବ।”

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande