
ଭୁବନେଶ୍ୱର /ପୁରୀ, ୨୨ ନଭେମ୍ବର (ହି.ସ.) ପଞ୍ଚୁକ ଅବସରରେ ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ସୁବ୍ୟବସ୍ଥିତ ଦର୍ଶନ ସୁନିଶ୍ଚିତ କରିବା ଲକ୍ଷ୍ୟରେ କେନ୍ଦ୍ରାଞ୍ଚଳ ଆଇଜି ଡ. ସତ୍ୟଜିତ ନାୟକ ଶ୍ରୀମନ୍ଦିର ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।
ଏହି ଅବସରରେ ପୁରୀ ଏସ୍ପି ପ୍ରତୀକ ସିଂ (ଆଇପିଏସ୍)ଙ୍କ ସମେତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ। ପଞ୍ଚୁକ ସମୟରେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ପୋଲିସ ମୁତୟନ, ସୁରକ୍ଷା ବ୍ୟବସ୍ଥା ଏବଂ ଭିଡ଼ ନିୟନ୍ତ୍ରଣ ସମ୍ପର୍କରେ ଅଧିକାରୀମାନେ ସମୀକ୍ଷା କରିଥିଲେ।
ଶ୍ରଦ୍ଧାଳୁମାନେ ଯେପରି ସୁରକ୍ଷିତ ଭାବେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ ଏବଂ ମନ୍ଦିର ଭିତରକୁ ପ୍ରବେଶ ଓ ପ୍ରସ୍ଥାନ ସମୟରେ ଯାତାୟାତ ସୁଗମ ରହିବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ଉପରେ ଆଲୋଚନା କରାଯାଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ