
ଭୁବନେଶ୍ଵର, ୨୨ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଜଗତସିଂହପୁର ଜିଲ୍ଲାର ପାରାଦୀପରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ସୁନ୍ଦରଗଡ଼ ଜିଲ୍ଲାର ବରଗାଁରେ ୧୩.୨ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୬.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୬.୨ ମି.ମି., ଟାଙ୍ଗରପାଲିରେ ୪.୨ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୩.୪ ମି.ମି., ସମ୍ବଲପୁର ଜିଲ୍ଲାର ବାମରାରେ ୩.୪ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୩.୧ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୩.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଦେଓଗାଁରେ ୩.୦ ମି.ମି., ସମ୍ବଲପୁର ଜିଲ୍ଲାର ଜମନକିରାରେ ୨.୪ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ୨.୪ ମି.ମି. ଏବଂ କୋଲାବିରାରେ ୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ