
ଭୁବନେଶ୍ୱର, 22 ନଭେମ୍ବର (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କୁ ଶ୍ରଦ୍ଧାଂଜଳି
ଜ୍ଞାପନ କରିଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ ।
ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ
ଶ୍ରୀ ବ୍ରଜମୋହନ ରାମ କହିଛନ୍ତି ଯେ, ବିପ୍ଳବୀ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ
ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି
ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିପ୍ଲବୀ ସହିଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀରେ ଭକ୍ତିପୂତ
ପ୍ରଣାମ ।
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତାରେ କହିଛନ୍ତି
ଯେ, ଓଡ଼ିଶା ମାଟି ର ସୁଯୋଗ୍ୟ ସନ୍ତାନ ତଥା ଭାରତ ମାତା ର ବୀର ସୁପୁତ୍ର ଶହୀଦ ଲକ୍ଷ୍ମଣ
ନାୟକଙ୍କ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ
କରୁଅଛି l
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏକ ବାର୍ତ୍ତା ଜାରି କରି
କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଜଣାଉଛି ।
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଏକ ବାର୍ତ୍ତା ଜାରି କରି
କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ସହିଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି। ତାଙ୍କର ଅଦମ୍ୟ ସାହସ, ଦେଶପ୍ରେମ, ତ୍ୟାଗ ଓ ବୀରତ୍ୱର ଗାଥା ଆଗାମୀ ପିଢ଼ିକୁ ସଦା ପ୍ରେରଣା ଯୋଗାଇ
ଚାଲିଥିବ।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ ବାର୍ତ୍ତା ଜାରି କରି
କହିଛନ୍ତି ଯେ, କ୍ରାନ୍ତିକାରୀ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀରେ ମୋର
ଶ୍ରଦ୍ଧାଞ୍ଜଳି ଜଣାଉଛି। ଜନଜାତିଙ୍କ ସୁରକ୍ଷା ତଥା ଅଧିକାର ପାଇଁ ସଂଗ୍ରାମ, ଦେଶର ସ୍ୱାଧୀନତାରେ
ତାଙ୍କର ବିରତା ଓ ଅମାପ ତ୍ୟାଗ ସର୍ବଦା ପ୍ରେରଣାଦାୟୀ।
ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ,
ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତି ଜନନାୟକ ବିପ୍ଳବୀ ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ
ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା