ସହିଦ ଲକ୍ଷ୍ମଣ ନାୟକଙ୍କ ଜନ୍ମମାଟିରେ ବିକାଶର ନୂଆ ଅଧ୍ୟାୟ, ୧୭୪ କୋଟିର ୫ଟି ପ୍ରକଳ୍ପର ଶୁଭାରମ୍ଭ
ଜୟପୁର, ୨୨ ନଭେମ୍ବର (ହି.ସ.)- ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ଅବସରରେ ଆଜି ତାଙ୍କ ଜନ୍ମମାଟି ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ତେନ୍ତୁଳିଗୁମ୍ମାସ୍ଥିତ ଶହୀଦଙ୍କ ପୀଠରେ ଜିଲ୍ଲାସ୍ତରୀୟ ଜୟନ୍ତୀ ସମାରୋହ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଶହୀ
ସହିଦ ଲକ୍ଷ୍ମଣ ନାୟକଙ୍କ ଜନ୍ମମାଟିରେ ବିକାଶର ନୂଆ ଅଧ୍ୟାୟ, ୧୭୪ କୋଟିର ୫ଟି ପ୍ରକଳ୍ପର ଶୁଭାରମ୍ଭ


ସହିଦ ଲକ୍ଷ୍ମଣ ନାୟକଙ୍କ ଜନ୍ମମାଟିରେ ବିକାଶର ନୂଆ ଅଧ୍ୟାୟ, ୧୭୪ କୋଟିର ୫ଟି ପ୍ରକଳ୍ପର ଶୁଭାରମ୍ଭ


ଜୟପୁର, ୨୨ ନଭେମ୍ବର (ହି.ସ.)- ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ଅବସରରେ ଆଜି ତାଙ୍କ ଜନ୍ମମାଟି ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ତେନ୍ତୁଳିଗୁମ୍ମାସ୍ଥିତ ଶହୀଦଙ୍କ ପୀଠରେ ଜିଲ୍ଲାସ୍ତରୀୟ ଜୟନ୍ତୀ ସମାରୋହ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ଓ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଅତିଥିମାନେ ମହାନ ବିପ୍ଳବୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି ସମାରୋହରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ, କୋଟପାଡ଼ ବିଧାୟକ ରୂପୁ ଭତ୍ରା, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ, ଜୟପୁର ଉପଜିଲ୍ଲାପାଳ ଶୁଭ୍ରା ପଣ୍ଡା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ସବର, ଏସ୍ଡିସି ଅଧ୍ୟକ୍ଷ ଭଗବାନ ମୁଦୁଲି, ଏସ୍ଡିସି ଉପାଧ୍ୟକ୍ଷା ଶ୍ରୀମତୀ ସୁକାନ୍ତି ମାଝୀ, ପିଏ ଆଇଟିଡିଏ ଜୟପୁର ଶ୍ରୀମତୀ ତୃପ୍ତି ବରାଇ, ବୈପାରୀଗୁଡ଼ା ବିଡିଓ ସୁବ୍ରତ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ଯଶୋଦା ଗାଦବା, ବିଏସ୍ଏଫ୍ ତେନ୍ତୁଳିଗୁମ୍ମା କମ୍ପାନୀ କମାଣ୍ଡର ଦୀପକ କୁମାର ସିଂହ, ସହିଦ ଲକ୍ଷ୍ମଣ ନାୟକଙ୍କ ନାତି ବାନ୍ସିଂ ନାୟକ, ବଂଶୀଧର ନାୟକ, ଟେଣ୍ଟୁଳିଗୁମ୍ମା ସରପଞ୍ଚ ଶ୍ରୀମତୀ ସନ୍ମତି ନାୟକ, ସମିତି ସଭ୍ୟ ଶଶୀ ପୂଜାରୀ, କୋରାପୁଟ ଜିଲ୍ଲା ବିଜେପି ସଭାପତି ଶିବ ମୁଦୁଲି, ନାୟକ ସରପଞ୍ଚ ଶ୍ରୀମତୀ ରାଧିକା ବାରିକଙ୍କ ସମେତ ବହୁ ଜନପ୍ରତିନିଧି, ଅଧିକାରୀ, ଗଣ୍ୟମାନ୍ୟ ବ୍ୟକ୍ତି ଓ ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ।ଏହି ଅବସରରେ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ନିଜ ଅଭିଭାଷଣରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଅଦମ୍ୟ ସାହସ, ଦେଶପ୍ରେମ, ତ୍ୟାଗ ଓ ବଳିଦାନର ସ୍ମୃତିଚାରଣ କରିଥିଲେ। ଦେଶର ସ୍ୱାଧୀନତା ପାଇଁ ତାଙ୍କର ଅତୁଳନୀୟ ଅବଦାନ ଆଗାମୀ ପିଢ଼ିକୁ ସର୍ବଦା ପ୍ରେରଣା ଯୋଗାଇବ ବୋଲି ସେ କହିଥିଲେ। ଏଥିସହ ଜିଲ୍ଲାର ବିକାଶ, ଗ୍ରାମାଞ୍ଚଳର ଭିତ୍ତିଭୂମି ସୁଦୃଢ଼ୀକରଣ ଓ ଜନସାଧାରଣଙ୍କ ଜୀବନଧାରଣର ମାନ ବୃଦ୍ଧି ଦିଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ହାତକୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସେ ଆଲୋକପାତ କରିଥିଲେ।ମନ୍ତ୍ରୀ ରବି ନାରାୟଣ ନାୟକ ନିଜ ଅଭିଭାଷଣରେ ତେନ୍ତୁଗୁମ୍ମା ଅଞ୍ଚଳରେ ରାସ୍ତା ଓ ପାନୀୟ ଜଳ ଯୋଗାଣ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଥିଲେ। ଆଗାମୀ ଅଳ୍ପ ଦିନ ମଧ୍ୟରେ ଅଞ୍ଚଳବାସୀଙ୍କ ପାଇଁ ଉନ୍ନତ ରାସ୍ତା ଓ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରିବାକୁ ସେ ସଂକଳ୍ପବଦ୍ଧ ବୋଲି ପ୍ରକାଶ କରିଥିଲେ। ଏଥିସହ ଅଞ୍ଚଳର ସାମଗ୍ରିକ ବିକାଶ ଓ ଜନସାଧାରଣଙ୍କ ମୌଳିକ ସୁବିଧା ସୁନିଶ୍ଚିତ କରିବା ଦିଗରେ ସରକାରଙ୍କ ପ୍ରତିବଦ୍ଧତା ବିଷୟରେ ମତବ୍ୟକ୍ତ କରିଥିଲେ।ଏହି ଅବସରରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ କରକମଳରେ ୧୭୪ କୋଟି ଟଙ୍କା ବ୍ୟୟ ଅଟକଳରେ ୫ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ କରାଯାଇଥିଲା। ଏହି ପ୍ରକଳ୍ପଗୁଡ଼ିକ ଅଞ୍ଚଳର ବିକାଶ ତଥା ସାଧାରଣ ଜନତାଙ୍କୁ ଉନ୍ନତ ସେବା ଯୋଗାଇବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରାଯାଇଥିଲା। ସମାରୋହରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ପ୍ରତିଭାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶହୀଦ ଲକ୍ଷ୍ମଣ ନାୟକଙ୍କ ତ୍ୟାଗ, ଆଦର୍ଶ ଓ ଦେଶପ୍ରେମକୁ ସ୍ମରଣ କରି ତାଙ୍କ ଦେଖାଇଥିବା ମାର୍ଗରେ ଚାଲିବାକୁ ଉପସ୍ଥିତ ଅତିଥିମାନେ ଆହ୍ୱାନ ଜଣାଇଥିଲେ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande