ଆଶ୍ରମ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ମାଲକାନଗିରି , ୨୩ ନଭେମ୍ବର (ହି.ସ.) ମାଲକାନଗିରି ଜିଲ୍ଲା ଓର୍କେଲ ଥାନା ଅନ୍ତର୍ଗତ ପରକନମାଳା ଆଶ୍ରମ ବିଦ୍ୟାଳୟରେ ଆଜି ଘଟିଛି ଏକ ଦୁଃଖଦ ଘଟଣା। ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀର ଜଣେ ଛାତ୍ରୀଙ୍କ ଆଜି ସକାଳେ ମୃତ୍ୟୁ ହୋଇଛି। ମୃତ ଛାତ୍ରୀଙ୍କ ନାମ ରଶ୍ମିତା ହନ୍ତାଳ ଓ ଘର ନାକାମାମୁଡି ପଞ୍ଚାୟତ
ଆଶ୍ରମ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ


ମାଲକାନଗିରି , ୨୩ ନଭେମ୍ବର (ହି.ସ.) ମାଲକାନଗିରି ଜିଲ୍ଲା ଓର୍କେଲ ଥାନା ଅନ୍ତର୍ଗତ ପରକନମାଳା ଆଶ୍ରମ ବିଦ୍ୟାଳୟରେ ଆଜି ଘଟିଛି ଏକ ଦୁଃଖଦ ଘଟଣା। ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀର ଜଣେ ଛାତ୍ରୀଙ୍କ ଆଜି ସକାଳେ ମୃତ୍ୟୁ ହୋଇଛି। ମୃତ ଛାତ୍ରୀଙ୍କ ନାମ ରଶ୍ମିତା ହନ୍ତାଳ ଓ ଘର ନାକାମାମୁଡି ପଞ୍ଚାୟତ ରେ ବୋଲି ଜଣାପଡ଼ିଛି। ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରଚାର ହେବା ପରେ ବିଦ୍ୟାଳୟ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।ତେବେ କେଉଁ ପରିସ୍ଥିତିରେ ଏବଂ କ’ଣ କାରଣରୁ ଛାତ୍ରୀଙ୍କ ମୃତ୍ୟୁ ଘଟିଲା, ସେନେଇ ଏଯାଏଁ ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣା ସମ୍ପର୍କରେ ଜିଲ୍ଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର କହିଛନ୍ତି ଯେ, ତଦନ୍ତ ପରେ ହିଁ ଛାତ୍ରୀଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ଏହି ଘଟଣା ଆଶ୍ରମ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟ ସମ୍ପର୍କିତ ପ୍ରଶ୍ନକୁ ପୁଣି ସାମ୍ନାକୁ ଆଣିଛି। ତଦନ୍ତର ଅଗ୍ରଗତି ଏବଂ ମୃତ୍ୟୁର କାରଣ ଉପରେ ଏବେ ସମସ୍ତଙ୍କ ନଜର ରହିଛି।

---------------

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande